ରାଜ୍ୟରେ ଦୈନିକ ସଂକ୍ରମଣ ଦ୍ରୁତ ଗତିରେ ଉପରମୁହାଁ : କେବଳ ଖୋର୍ଦ୍ଧାରୁ ଚିହ୍ନଟ ହେଲେ ୮୦୦ରୁ ଅଧିକ ସଂକ୍ରମିତ

ଗତ ୨୪ ଘଣ୍ଟାରେ ଭିତରେ ରାଜ୍ୟରେ ୪,୭୬୧ ଜଣ ନୂଆ କରୋନା ମାମଲା ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସରକାର ଆଜି ସୂଚନା ଦେଇଛନ୍ତି । ଏହାସହିତ ୫ ଜଣଙ୍କର କରୋନା ଜନିତ ମୃତ୍ୟୁ ହୋଇଛି । ମିଳିଥିବା ସୂଚନା ଅନୁସାରେ ମୋଟ ୪,୭୬୧ କରୋନା ସଂକ୍ରମିତଙ୍କ ମଧ୍ୟରୁ ୨,୭୮୫ ଜଣ କ୍ୱାରେଣ୍ଟାଇନରେ ଥିଲେ ଏବଂ ୧,୯୭୬ ଲୋକାଲ୍ କେସ୍ ।

ରିପୋର୍ଟ ଅନୁଯାୟୀ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୬୭୩ ଜଣ ଏବଂ ନୂଆପଡ଼ାରୁ ୫୩୪ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗିର ଜିଲ୍ଲାରୁ ୩୨୨ ଜଣ, ଝାରସୁଗୁଡ଼ାରୁ ୨୩୪, ବରଗଡ଼ରୁ ୧୯୮, ପୁରୀରୁ ୧୯୩, ସମ୍ବଲପୁରରୁ ୧୮୩, କଟକରୁ ୧୭୬, କଳାହାଣ୍ଡିରୁ ୧୬୭, ନବରଙ୍ଗପୁରରୁ ୧୫୪ ଓ କେନ୍ଦୁଝରରୁ ୧୦୩ ଜଣ ଚିହ୍ନଟ ହୋଇଛନ୍ତି ।

ଅନୁଗୁଳ ଜିଲ୍ଲାରୁ ୮୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୮୪, ଭଦ୍ରକ ୬୩, ବୌଦ୍ଧରୁ ୨୩, ଦେବଗଡ଼ରୁ ୩୧, ଢେଙ୍କାନାଳରୁ ୬, ଗଜପତିରୁ ୩୧, ଗଞ୍ଜାମରୁ ୪୯, ଜଗତସିଂହପୁରରୁ ୨୨, ଯାଜପୁରରୁ ୮୬, କନ୍ଧମାଳରୁ ୨୫, କେନ୍ଦ୍ରାପଡ଼ାରୁ ୫୦, କୋରାପୁଟରୁ ୩୧, ମାଲକାନଗିରିରୁ ୬, ମୟୂରଭଞ୍ଜରୁ ୮୬, ନୟାଗଡ଼ରୁ ୬୩, ରାୟଗଡ଼ାରୁ ୬୦ ଓ ସୋନପୁରରୁ ୪୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଷ୍ଟେଟ୍ ପୁଲରୁ ୬୦୦ ଜଣ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୭୭ ହଜାର ୪୬୪ ରେ ପହଞସାରିଲାଣି । ସେଥିମଧ୍ୟରୁ ବର୍ତ୍ତମାନ ମଧ୍ୟ ୨୭ ହଜାର ୮୨୧ ଜଣ ଚିକିତ୍ସାଧୀନ ଅଛନ୍ତି ଏବଂ ୫ ଜଣଙ୍କ ମୃତ୍ୟୁ ପରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୯୫୩ ରେ ପହଞ୍ଚିଛି ।

Leave a Reply

Your email address will not be published. Required fields are marked *