ସଂସ୍କାର : ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଏହାର ପ୍ରଭାବରେ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହି ଘୂର୍ଣ୍ଣିବଳୟ ଆସନ୍ତା ୩୦ ରୁ ୩୨ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବ।

ତେବେ ଆସନ୍ତା ୨୪ ରୁ ୩୦ ଘଣ୍ଟା ମଧ୍ୟରେ ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଦେବଗଡ଼, ଖୋର୍ଦ୍ଧା ଓ ସମ୍ବଲପୁର ଭଳି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଅନ୍ୟପଟେ ଲଘୁଚାପକୁ ନଜରରେ ରଖି ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଏହି କ୍ରମରେ ଢେଙ୍କାନାଳ, ଯାଜପୁର, କୋରାପୁଟ,ଭଦ୍ରକ, ବାଲେଶ୍ୱର, ଅନୁଗୁଳ, ମାଲକାନଗିରି ଓ ସୁନ୍ଦରଗଡ ସହିତ ୯ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏହା ବ୍ୟତୀତ ଓଡ଼ିଶାର ଅଧିକାଂଶ ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଥିବା ଆକଳନ କରିଛି ପାଣିପାଗ ବିଭାଗ।