ଆସୁଛି ଆଉ ଏକ ଲଘୁଚାପ , ଆହୁରି ୫ ଦିନ ଛେଚିବ

ସଂସ୍କାର : ରାଜ୍ୟରେ ଲାଗି ରହିଛି ଲଘୁଚାପଜନିତ ବର୍ଷା। ଏହି କ୍ରମରେ ଆଉ ଏକ ଲଘୁଚାପ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି। ଆସୁଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହା ସହିତ ରାଜ୍ୟ ରାଜଧାନୀରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗିରହିଛି। ଅନ୍ୟପଟେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ଆଜି ଲଘୁଚାପରେ ପରିଣତ ହୋଇଛି। ଆସନ୍ତା ୬ ଘଣ୍ଟା ପରେ ଏହା ଅବପାତରେ ପରିଣତ ହୋଇ ତାମିଲନାଡ଼ୁ ମୁହାଁ ହେବ। ଆଜି ସନ୍ଧ୍ୟା ସୁଦ୍ଧା ଏହା ଉତ୍ତର ତାମିଲନାଡୁ ଓ ଦକ୍ଷିଣ ଆନ୍ଧ୍ର ପ୍ରଦେଶ ଓ ଶ୍ରୀହରିକୋଟା ମଧ୍ୟରେ ସ୍ଥଳ ଭାଗକୁ ସ୍ପର୍ଶ କରିବ ।

୧୪ ଓ ୧୫ ତାରିଖରେ ଦକ୍ଷିଣ ଓଡ଼ିଶାରେ ବର୍ଷା ବଢ଼ିବା ସହ ଉପକୂଳରେ ହାଲୁକା ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ବିଶେଷକରି ଗଜପତି, ଗଞ୍ଜାମ, କୋରାପୁଟ, ମାଲକାନଗିରି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ବଲାଙ୍ଗୀର, ପୁରୀ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ।

Leave a Reply

Your email address will not be published. Required fields are marked *