ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଉତ୍ତର-ପୂର୍ବ ମଧ୍ୟପ୍ରଦେଶରୁ ଉତ୍ତର-ମଧ୍ୟ ମହାରାଷ୍ଟ୍ର ପର୍ଯ୍ୟନ୍ତ ଗୋଟିଏ ଟ୍ରଫ ଲାଇନ ସମୁଦ୍ର ପତ୍ତନଠାରୁ ୩.୧ କିଲୋମିଟର ଉପରେ ରହିଛି । ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଆଗାମୀ ୪ ଦିନ ଧରି ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଥିବାବେଳେ କନ୍ଧମାଳ, ରାୟଗଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, ଗଂଜାମ ଓ ଗଜପତି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଓଡ଼ିଶାର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକ ସହିତ ରାୟଗଡ଼ା, ଢେଙ୍କାନାଳ, ଅନୁଗୁଳ, ମୟୂରଭଞ୍ଜ, ନୂଆପଡ଼ା, ବଲାଙ୍ଗୀର, କେନ୍ଦୁଝର, ସୋନପୁର, ବୌଦ୍ଧ, କଳାହାଣ୍ଡି, କୋରାପୁଟ, ସୁନ୍ଦରଗଡ଼, ସମ୍ବଲପୁର ଓ ବରଗଡ଼ ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ଯଦିଓ ବିଜୁଳି ଘଡ଼ଘଡ଼ି ସାଙ୍ଗରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେଇପାରେ ଏସବୁ ସ୍ଥାନରେ ।
ଆସନ୍ତା କାଲି ରାଜ୍ୟର ଅଧିକାଂଶ ଜିଲ୍ଲାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି । କିନ୍ତୁ ଜୁଲାଇ ୧ ତାରିଖରୁ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଜିଲ୍ଲା ତଥା ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ସେହିପରି ଜୁଲାଇ ୨ରୁ ମାଲକାନଗିରି, ରାୟଗଡ଼ା, କୋରାପୁଟ ଏବଂ ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ହେବାର ସମ୍ଭାବନା ରହିଛି ।