ସଂସ୍କାର : ରାଜ୍ୟରେ ବଢ଼ିବାରେ ଲାଗିଛି ତାପମାତ୍ରା। ରାଜ୍ୟ ରାଜଧାନୀରେ ଦିନ ୧୧ ରେ ତାପମାତ୍ରା ୪୦ ଛୁଉଁଛି। ତେବେ ଏହାରି ମଧ୍ୟରେ ଏକ ଖବର୍ ସାମ୍ନାକୁ ଆସିଛି। କାଳବୈଶାଖୀ ଜନିତ ଝଡ଼ବର୍ଷା ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ତେବେ ଏହି ଜିଲ୍ଲାଗୁଡିକ ହେଲା କଳାହାଣ୍ଡି, କୋରାପୁଟ, କନ୍ଧମାଳ, ରାୟଗଡ଼ା, ଗଜପତି, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଏବଂ କେନ୍ଦ୍ରାପଡ଼ା। ସେହିପରି କୁଆପଥର ମାଡ଼ ସହ ୪୦ରୁ ୫୦ କିମି ବେଗରେ ପବନ ବହିବା ଆଶଙ୍କା ରହିଛି। ତେବେ ଏସବୁ ଜିଲ୍ଲାରେ ଆବଶ୍ୟକ ପଦକ୍ଷେପ ନେବାକୁ ସଂପୃକ୍ତ ଜିଲ୍ଲାପାଳମାନଙ୍କୁ SRC ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।
ରାଜ୍ୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଛତିଶଗଡ଼ ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାରେ କାଳବୈଶାଖୀ ସହ ଝଡ଼ବର୍ଷା ସମ୍ଭାବନା ରହିଛି । କାଳବୈଶାଖୀ ପ୍ରଭାବ କମିବା ପରେ ତାତି ପୁଣି ବଢ଼ିବ ବୋଲି କହିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।