ପୁଣି ପ୍ରବଳ ବର୍ଷିବ , ଜାଣନ୍ତୁ କେବେଠୁ …

ସଂସ୍କାର : ଓଡ଼ିଶା ଉପରକୁ ଥିବା ଘୂର୍ଣ୍ଣିପ୍ରଳୟର ପ୍ରଭାବ ୨୨ରୁ ଅନୁଭୂତ ହେବ । ଏହାର ପ୍ର୍ରଭାବରେ ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଭାରି ବର୍ଷା ହେବ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ତେଣୁ ଏହାକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ କମିଶନର (ଏସଆରସି) ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଝାଡ଼ଖଣ୍ଡ ଓ ସଂଲଗ୍ନ ଅଞ୍ଚଳରେ ହେବାକୁ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ମୌସୁମୀ ସକ୍ରିୟ ହେବ। ଏଥିପାଇଁ ୨୪ ତାରିଖ ଯାଏଁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ କହିଛନ୍ତି । ୨୨ରେ ଉପକୂଳ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବରଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

Heavy Rainfall from September 30 to October 2; Yellow Alerts Issued by IMD

ସେହିଭଳି ୨୩ରେ ଯାଜପୁର, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, କେନ୍ଦୁଝର, ସୁନ୍ଦରଗଡ ଓ ପୁରୀ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବାବେଳେ ୨୪ ପାଇଁ ପଶ୍ଚିମଓଡ଼ିଶାର ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ସୋନପୁର, ବୌଦ୍ଧ, ନବରଙ୍ଗପୁର ଓ କନ୍ଧମାଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ସତର୍କ ସୂଚନା ଜାରି କରାଯାଇଛି ।

ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଭୂସ୍ଖଳନ ହେବାର ଆଶଙ୍କା କରାଯାଉଛି । ତେଣୁ ତଳିଆ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି । ତେଣୁ ସମସ୍ତ ଜିଲ୍ଲାପାଳମାନଙ୍କୁ ପ୍ରସ୍ତୁତ ରହିବାକୁ ଏସଆରସିଙ୍କ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *