ସଂସ୍କାର : ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ବାବୁସାନ ମହାନ୍ତି ଅସୁସ୍ଥ ଥିବା ରାଜ୍ୟ ଗଣମାଧ୍ୟମ ସୁତ୍ରରୁ ଖବର ମିଳିଛି। ରାଜଧାନୀ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ସେ ଚିକିତ୍ସାଧୀନ ଅଛନ୍ତି। ୬ ଦିନ ତଳେ ତାଙ୍କ ଶରୀରର ଅକ୍ସିଜେନ ମାତ୍ରା କମିଯିବାରୁ ସେ ଅସୁସ୍ଥ ଅନୁଭବ କରିଥିଲେ। ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରିପୋର୍ଟ ଅନୁଯାୟୀ ୬ଜଣିଆ ଡାକ୍ତରୀ ଟିମ ତାଙ୍କର ଚିକିତ୍ସା କରୁଛନ୍ତି। ତାଙ୍କର ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିଥିବା ଜଣାପଡ଼ିଛି।
ତେବେ ବାବୁସାନ ଡାକ୍ତରଖାନା ବେଡରେ ଶୋଇଥିବାର ଏକ ଫଟୋ ପୋଷ୍ଟ କରିଛନ୍ତି ‘ଦମନ’ ଫିଲ୍ମର ନିର୍ଦ୍ଦେଶକ ବିଶାଳ ମୌର୍ଯ୍ୟ । କିଛି ଦିନ ତଳେ ବାବୁସାନ ତାଙ୍କ ଫିଲ୍ମ ‘ଦମନ’ ପାଇଁ ଲଦାଖ ଯାଇଥିଲେ । ସେଠାରେ ବାଇକ ଚଳାଇବା ପରେ ତାଙ୍କ ଅକ୍ସିଜେନ ସ୍ତର କମିଯାଇଥିଲା।
ଭୁବନେଶ୍ୱର ଫେରିବା ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ପ୍ରାୟ ତିନି ଚାରି ଦିନ ହେଲା ବାବୁସାନ ଚିକିତ୍ସାଧୀନ ଅଛନ୍ତି । ପୂର୍ବ ଅପେକ୍ଷା ତାଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିଛି ବୋଲି ଡାକ୍ତର କହିଛନ୍ତି।