ସଂସ୍କାର : ନୂଆବର୍ଷରେ କରୋନା ମୁକାବିଲା ପାଇଁ ନୂଆ ନିର୍ଦ୍ଦେଶାନାମା ଜାରି ହୋଇଛି। ଏହାରି ମଧ୍ୟରେ ଭୁବନେଶ୍ୱର ମହାନଗର ନିଗମ ଅଧିନରେ ଥିବା ସବୁ ଧର୍ମାନୁଷ୍ଠାନ ୩ ଦିନ ବନ୍ଦ ରହିବ ବୋଲି ଘୋଷଣା କରିଛନ୍ତି ବିଏମସି। ଆଜିଠାରୁ ୨ ତାରିଖ ଯାଏ ଶ୍ରଦ୍ଧାଳୁଙ୍କ ପାଇଁ ସମସ୍ତ ଧର୍ମାନୁଷ୍ଠାନ ବନ୍ଦ ରହିବ ବୋଲି ଘୋଷଣା ହୋଇଛି। ଓମିକ୍ରନ ସଂକ୍ରମଣକୁ ଦୃଷ୍ଟି ରଖି ବିଏମସି ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି ।
କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ନିଜର କାୟା ବିସ୍ତାର କରିବାରେ ଲାଗିଛି। ତେଣୁ ଏହାକୁ ଆଖି ଆଗରେ ରହି ଏହି ନିଷ୍ପତ୍ତି ନେଇଛନ୍ତି ବିଏମସି। ଗତକାଲି ରାଜ୍ୟରେ ନୂଆ ୫ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ଅବଗତ କରିଛି ଆଇଏଲଏସ । ଏହି କ୍ରମରେ ରାଜ୍ୟରେ ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୪ରେ ପହଞ୍ଚିଛି ।
ସୂଚନାଯୋଗ୍ୟ ଯେ, ଗତ ୨୧ ତାରିଖରେ ରାଜ୍ୟରେ ପ୍ରଥମ ଓ ଗତ ୨୬ରେ ୪ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଗତ ୨୯ ତାରିଖରେ ଜଣେ ନୂଆ ଚିହ୍ନଟ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଆଉ ଗତକାଲିର ୫ ଜଣକୁ ମିଶାଇ ରାଜ୍ୟରେ ସମୁଦାୟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୪ରେ ପହଞ୍ଚିଛି ।