ଓଡିଶା ବିଧାନସଭାର ନୂଆ ବାଚସ୍ପତି ହେଲେ ଭଞ୍ଜନଗର ବିଧାୟକ ବିକ୍ରମ କେଶରୀ ଆରୁଖ

ସଂସ୍କାର : ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ବିକ୍ରମ କେଶରୀ ଆରୁଖ । ବାଚନିକ ଭୋଟ ପରେ ବିକ୍ରମ ଆରୁଖଙ୍କୁ ବାଚସ୍ପତି ଭାବେ ଘୋଷଣା କରିଛନ୍ତି ଉପବାଚସ୍ପତି ରଜନୀକାନ୍ତ ସିଂ । ସ୍ୱତନ୍ତ୍ର ଅଧିବେଶନରେ ନିର୍ଦ୍ବନ୍ଦରେ ନିର୍ବାଚିତ ହେଲେ ବିକ୍ରମ ଆରୁଖ । ଭଞ୍ଜନଗରରୁ ୬ ଥର ବିଧାୟକ ଭାବରେ ନିର୍ବାଚିତ ହୋଇଛନ୍ତି ବିକ୍ରମ କେଶରୀ ଆରୁଖ ।

ଦଳର ବରିଷ୍ଠ ନେତା ଏବଂ ମନ୍ତ୍ରୀଙ୍କ ଗହଣରେ ଯାଇ ବିକ୍ରମ କେଶରୀ ଆରୁଖ ପ୍ରାର୍ଥିପତ୍ର ଦାଖଲ କରିଥିଲେ । ବିକ୍ରମ କେଶରୀ ଆରୁଖଙ୍କ ବ୍ୟତିତ ଅନ୍ୟ କେହି ପ୍ରାର୍ଥୀ ବାଚସ୍ପତି ପଦ ପାଇଁ ନାମାଙ୍କନ କରିନଥିଲେ । ବରିଷ୍ଠ ବିଧାୟକ ସୂର୍ଯ୍ୟନାରାୟଣ ପାତ୍ର ଅସୁସ୍ଥ ହେବା ପରେ ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ ।

ଏହାପରେ ବାଚସ୍ପତି ଆସନ ଖାଲି ପଡ଼ିଥିଲା । ୨୦୦୯ରେ ଚତୁର୍ଥ ଥର ବିଧାୟକ ହେବା ପରେ ପ୍ରଥମ ଥର ପାଇଁ ତାଙ୍କୁ ମନ୍ତ୍ରୀପଦ ମିଳିଥିଲା । ବିକ୍ରମ ଆରୁଖ ଗ୍ରାମ୍ୟ ଉନ୍ନୟନ ଓ ଆଇନ ବିଭାଗ ମନ୍ତ୍ରୀ ହୋଇଥିଲେ । ଏହା ପରଠାରୁ ଆରୁଖ ଆଇନ, ସଂସଦୀୟ ବ୍ୟାପାର, ଜଙ୍ଗଲ ଓ ପରିବେଶ, ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ଭାବେ ଗୁରୁଦାୟିତ୍ୱ ସମ୍ଭାଳି ଆସିଥିଲେ । ଗଞ୍ଜାମ ଜିଲ୍ଲାରୁ ବିକ୍ରମ ଆରୁଖ ହିଁ ଦୀର୍ଘ ୧୩ ବର୍ଷରୁ ଅଧିକ ସମୟ ହେଲା ମନ୍ତ୍ରୀ ପଦରେ ରହି ଆସିଥିଲେ। ଆଉ ବର୍ତ୍ତମାନ ସେ ବାଚସ୍ପତି ହୋଇଛନ୍ତି।

Leave a Reply

Your email address will not be published. Required fields are marked *