ହୁ ହୁ ହୋଇ ବୃଦ୍ଧି ପାଉଛି କରୋନା ସଂକ୍ରମିତ ମାମଲା, ରୁହନ୍ତୁ ସାବଧାନ…

ସଂସ୍କାର : କରୋନା ଦୈନିକ ସଂକ୍ରମଣ ମାମଲାରେ ଗତ କିଛି ଦିନ ଧରି ହ୍ରାସ ପରେ ବର୍ତ୍ତମାନ ପୁଣି ବୃଦ୍ଧି ହୋଇଛି। ଗତ କିଛି ଦିନ ଧରି ଏଥିରେ କ୍ରମାଗତ ଭାବେ ହ୍ରାସ ଦେଖାଦେଉଥିଲା । ବର୍ତ୍ତମାନ ଏହା ସ୍ଥିର ରହିଛି। ଆଶ୍ୱସ୍ତିକର ଖବର ହେଉଛି କୌଣସି କରୋନାଜନିତ ମୃତ୍ୟୁ ହୋଇନାହିଁ ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 223 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 179 ଜଣ ରୋଗୀ ସୁସ୍ଥ ହୋଇଛନ୍ତି। ଅପରପକ୍ଷରେ ବର୍ତ୍ତମାନ 3 ହଜାର 653 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି । ଏହି ସମୟରେ କୌଣସି ରୋଗୀ କରୋନା କାଣରୁ ପ୍ରାଣ ହରାଇ ନାହାଁନ୍ତି।

ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ଏଯାବତ୍ ମୋଟ 4 କୋଟି 46 ଲକ୍ଷ 78 ହଜାର 384 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 41 ହଜାର 44 ହଜାର 029 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 30 ହଜାର 702 ରୋଗୀ ପ୍ରାଣ ହରାଇଛନ୍ତି ।

କରୋନା ମହାମାରୀ ବିରୋଧରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ ମୋଟ 220 କୋଟି 10 ଲକ୍ଷ 06 ହଜାର 278 ଡୋଜ୍ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତକାଲି 91 ହଜାର 732 ଡୋଜ୍ ଟିକା ଦିଆଯାଇଛି ।

Leave a Reply

Your email address will not be published. Required fields are marked *