ଆରପାରିରେ ବିଜେପି ବିଧାୟକ ବିଷ୍ଣୁ ସେଠୀ , ଜାଣନ୍ତୁ କେମିତି ହେଲା ତାଙ୍କ ମୃତ୍ୟୁ…

ସଂସ୍କାର: ଆଜି ସକାଳେ ଧାମନଗର ବିଜେପି ବିଧାୟକ ବିଷ୍ଣୁ ସେଠୀଙ୍କ ପରଲୋକ ହୋଇଛି। ୬୧ ବର୍ଷ ବୟସରେ ଭୁବନେଶ୍ୱରସ୍ଥିତ ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି । ବିଜେପି ବିଧାୟକ ତଥା ବିରୋଧୀ ଦଳ ଉପନେତା ଥିଲେ ବିଷ୍ଣୁ ସେଠୀ ।

ଏମ୍‌ସର ଅତିରିକ୍ତ ଅଧୀକ୍ଷକ ପ୍ରଭାସ ରଞ୍ଜନ ତ୍ରିପାଠୀ ସୂଚନା ଦେଇଛନ୍ତି । ଗତ ମାସେ ହେବ ବିଧାୟକ କିଡନୀ ରୋଗରେ ପୀଡ଼ିତ ହୋଇ ଏମ୍‌ସରେ ଚିକିତ୍ସିତ ହେଉଥିଲେ । ତାଙ୍କର ସ୍ୱାସ୍ଥାବସ୍ଥା ଗୁରୁତର ହେବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ହେଲେ ତାଙ୍କର ଆଜି ପରଲୋକ ହୋଇଛି।

ସେପଟେ ବିଷ୍ଣୁ ସେଠୀଙ୍କ ବିୟୋଗରେ ରାଜ୍ୟର ବିଶିଷ୍ଟ ବ୍ୟକ୍ତିମାନେ ଶୋକ ପ୍ରକାଶ କରିଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ବିଷ୍ଣୁ ସେଠୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି । ଟ୍ୱିଟ୍‌ କରି ରାଜ୍ୟପାଳ ଶୋକ ପ୍ରକାଶ କରି କହିଛନ୍ତି, ବିଷ୍ଣୁ ସେଠୀ ଜଣେ ଦକ୍ଷ ବିଧାୟକ ଓ ଲୋକପ୍ରିୟ ରାଜନେତା ଥିଲେ।

ବିଧାୟକ ବିଷ୍ଣୁ ସେଠୀଙ୍କ ବିୟୋଗରେ ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ମଧ୍ୟ ଶୋକ ପ୍ରକାଶ କରିଛନ୍ତି। ଟ୍ୱିଟ୍‌ କରି ବୈଜୟନ୍ତ ଲେଖିଛନ୍ତି, ରାଜ୍ୟ ରାଜନୀତିରେ ତାଙ୍କର ଅବଦାନ ମନେ ରହିବ । ତାଙ୍କର ଶୋକ ସନ୍ତପ୍ତ ପରିବାରକୁ ସେ ସମବେଦନା ଜଣାଇଛନ୍ତି।

ବିଧାୟକ ବିଷ୍ଣୁ ସେଠୀଙ୍କ ଦେହାନ୍ତରେ ବିଧାନସଭା ବାଚସ୍ପତି ବିକ୍ରମ କେଶରୀ ଆରୁଖ ଶୋକ ପ୍ରକାଶ କରିଛନ୍ତି । ସେହିପରି ବିଜେପି ନେତା ବିଜୟ ମହାପାତ୍ର ଓ ବରଗଡ଼ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ମଧ୍ୟ ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ।

Leave a Reply

Your email address will not be published. Required fields are marked *