ନୂଆଦିଲ୍ଲୀ: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ 84 ବର୍ଷ ବୟସରେ ଦେହାନ୍ତ ହୋଇଛି। ତାଙ୍କୁ ଦୀର୍ଘ ଦିନ ଧରି ସେନା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେ କିଛି ଦିନ ପୂର୍ବରୁ ମସ୍ତିଷ୍କ ଅସ୍ତ୍ରୋପଚାର କରିଥିଲେ। ସେବେଠାରୁ ସେ କୋମାରେ ଥିଲେ।

ସୋମବାର ସନ୍ଧ୍ୟାରେ ସେ ଶେଷ ନିଃଶ୍ଵାସ ତ୍ୟାଗ କରିଛନ୍ତି। ଅନେକ ଦିନ ଧରି ଭେଣ୍ଟିଲେଟରରେ ଥିଲେ, ତାଙ୍କର ଚିକିତ୍ସା ନୂଆଦିଲ୍ଲୀ ସ୍ଥିତ ସେନା ହସ୍ପିଟାଲରେ ଜାରି ରହିଥିଲା। ଗତ ଦିନରେ ପ୍ରଣବ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏବଂ କକିଛି ଦିନ ପୂର୍ବେ ତାଙ୍କର ଫୁସ୍ଫୁସ୍ରେ ମଧ୍ୟ ସଂକ୍ରମଣ ହୋଇଥିଲା।
ଅଗଷ୍ଟ ୧୦ରେ ସେନା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ବର୍ତମାନ ପ୍ରଣବ ମୁଖାର୍ଜୀଙ୍କ ପୁଅ ଅଭିଜିତ ମୁଖାର୍ଜୀ ଟ୍ଵିଟ୍ କରି ପ୍ରଣବ ମୁଖାର୍ଜୀଙ୍କ ପରଲୋକ ଘଟିଥିବା କହିଛନ୍ତି।