ଆସୁଛି ଲଘୂଚାପ, ପ୍ରବଳ ବର୍ଷିବ, ଏହି ସବୁ ଜିଲ୍ଲା ଗୁଡିକୁ ଦିଆଯାଇଛି ସତର୍କ ସୂଚନା, ପଢ଼ନ୍ତୁ ରିପୋର୍ଟ..

ସଂସ୍କାର : ଜୁଲାଇ ୪ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବା ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଉତ୍ତର ଓଡ଼ିଶା ଓ ତତସଂଲଗ୍ନ ଅଞ୍ଚଳରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଯାହାଫଳରେ ଏହି ଲଘୁଚାପ ଦକ୍ଷିଣ-ପଶ୍ଚିମ ମୌସୁମୀକୁ ସକ୍ରିୟ କରାଇବା ସହ ରାଜ୍ୟରେ ବର୍ଷାର ପରିମାଣକୁ ବଢାଇବ ବୋଲି କୁହାଯାଇଛି।

ତେବେ ଆଜିଠାରୁ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ପାଣିପାଗ ବିଭାଗର ସୂଚନାନୁଯାୟୀ ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି ଓ ବରଗଡ଼, ସୂନ୍ଦରଗଡ଼, ସମ୍ବଲପୂର, ବୌଦ୍ଧ, ଝାରସୁଗୁଡ଼ା, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଆଦି ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ସେହିଭଳି ୩ ତାରିଖ ଦିନ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ନୂଆପଡ଼ା ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

୪ ତାରିଖଠାରୁ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି କୁହାଯାଉଛି । ଅନ୍ୟପକ୍ଷରେ ଏହି ସମୟରେ ଯାଜପୁର, ଭଦ୍ରକ, ଢେଙ୍କାନାଳ ଓ କେନ୍ଦୁଝର ଆଦି ଜିଲ୍ଲାର କିଛି ସ୍ଥାନରେ ଅତି ପ୍ରବଳରୁ ପ୍ରବଳ ବର୍ଷା ହେବ । ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଅନୁଗୁଳ, ସୁନ୍ଦରଗଡ଼, ଦେବଗଡ଼, ଖୋର୍ଦ୍ଧା ଜିଲ୍ଲାର କିଛି ସ୍ଥାନରେ ବି ସେହିଦିନ ପ୍ରବଳ ବର୍ଷିପାରେ।

Leave a Reply

Your email address will not be published. Required fields are marked *