ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର କହିଛନ୍ତି ଯେ, ରାଜ୍ୟରେ କରୋନାର ସ୍ଥିତି ପୂର୍ବାପେକ୍ଷା ସୁଧୁରିଛି । କିନ୍ତୁ ସ୍ଥିତି ସଂପୂର୍ଣ୍ଣ ଭାବରେ ନିୟନ୍ତ୍ରଣକୁ ଆସି ନଥିବାରୁ ଆଂଶିକ ଲକଡାଉନକୁ ଆହୁରି ୨ ସପ୍ତାହ ବଢ଼ାଇବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି । ଏହି ଆଧାରରେ ଆଗାମୀ ଅଗଷ୍ଟ ୧ ତାରିଖ ସକାଳ ୬ଟା ପର୍ଯ୍ୟନ୍ତ ରାଜ୍ୟରେ ଆଂଶିକ ଲକ୍ଡାଉନ ଜାରି ରହିବ ।
କାଟେଗୋରୀ Aରେ ଥିବା ୨୦ ଜିଲ୍ଲା ଓ Bରେ ୧୦ ଜିଲ୍ଲାରେ କଟକଣା ପୂର୍ବପରି ବଳବତ୍ତର ରହିବ।
କ୍ୟାଟେଗୋରୀ A ଜିଲ୍ଲା ଗୁଡ଼ିକ ହେଲା- ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, ସୁବର୍ଣ୍ଣପୁର, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ରାୟଗଡା, ଢେଙ୍କାନାଳ, ଅନୁଗୁଳ ଓ କେନ୍ଦୁଝର।
ସେହିପରି କ୍ୟାଟେଗୋରୀ B ଜିଲ୍ଲା ଗୁଡ଼ିକ ହେଲା- ଖୋର୍ଦ୍ଧା, ପୁରୀ, ନୟାଗଡ, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ।
କାଟେଗୋରୀ Aରେ ୨୦ ଓ Bରେ ୧୦ ଜିଲ୍ଲାରେ କଟକଣା ପୂର୍ବପରି ରହିବ। ଏବେ କାଟେଗୋରୀ Aରେ ରାତି ୮ଟା ଯାଏ ଖୋଲିବ ଦୋକାନ ବଜାର। ପୂର୍ବରୁ ସକାଳ ୬ରୁ ସଂଧ୍ୟା ୬ଟା ଯାଏ ଦୋକାନ ଖୋଲୁଥିଲା।
କାଟେଗୋରୀ Aରେ ସପ୍ତାହକ ୭ ଦିନ ଖୋଲିବ ଦୋକାନ ବଜାର। କାଟେଗୋରୀ Bରେ ସନ୍ଧ୍ୟା ୫ଟା ଯାଏ ଖୋଲିବ ଦୋକାନ ବଜାର। ପୂର୍ବରୁ ସକାଳ ୬ରୁ ଦିନ ୨ଟା ଯାଏ ଦୋକାନ ଖୋଲୁଥିଲା। କାଟେଗୋରୀ Bରେ ନାଇଟ କର୍ଫ୍ୟୁ ବଳବତ୍ତର ରହିବ। କାଟେଗୋରୀ Bରେ ସପ୍ତାହାନ୍ତ ସଟଡାଉନ ଜାରି ରହିବ
ଏଣିକି ସମଗ୍ର ରାଜ୍ୟରେ ବସ୍ ସେବା ଚାଲୁ ରହିବ। କେବଳ ପୁରୀରେ ଜୁଲାଇ ୨୫ ପର୍ଯ୍ୟନ୍ତ ବସ୍ ଚଳାଚଳକୁ ବାରଣ କରାଯାଇଛି। ବସରେ ଯେତିକି ସିଟ୍ ସେତିକି ଲୋକ ଯିବାକୁ ଅନୁମତି ମିଳିବ। ଟ୍ୟାକ୍ସି, ଅଟୋ ରିକ୍ସା ସମଗ୍ର ରାଜ୍ୟରେ ଚଳାଚଳ କରିପାରିବ। ଦୋକାନ ବଜାର ଯେତିକି ସମୟ ଖୋଲିବ, ସେତିକି ସମୟ ଚାଲିବ ଟ୍ୟାକ୍ସି, ଅଟୋ ସାରା ରାଜ୍ୟରେ ପାର୍ଲର, ସ୍ପା, ଜିମ୍, ସେଲୁନ କାଲିଠାରୁ ଖୋଲିବ।