ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ୧୮ ଜିଲ୍ଲାରେ ପ୍ରବଳ ବର୍ଷିବ କାଳ ବୈଶାଖୀ ବର୍ଷା, ଜାଣନ୍ତୁ ଆପଣଙ୍କ ଜିଲ୍ଲା ଅଛି କି ଲିଷ୍ଟରେ…

ସଂସ୍କାର : ରାଜ୍ୟରେ କାଳବୈଶାଖୀର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟ ଉପର ଦେଇ ଯାଇଥିବା ମୌସୁମୀ ଟ୍ରଫ ଲାଇନ ବର୍ତ୍ତମାନ ଦୁର୍ବଳ ଅବସ୍ଥାରେ ଗତି କରୁଛି । ସେଥିପାଇଁ ରାଜ୍ୟରେ ମୌସୁମୀ ବର୍ଷାର ସମ୍ଭାବନା ନଥିବା ଜଣାପଡ଼ିଛି ।

ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଜିଲ୍ଲାଗୁଡ଼ିକରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି ।

ତେବେ ୧୮ଟି ଜିଲ୍ଲାର ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା କଳାହାଣ୍ଡି, କନ୍ଧମାଳ, ଗଜପତି, ଗଂଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଅନୁଗୁଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଂଜ, କଟକ ଓ ଢେଙ୍କାନାଳ ପ୍ରଭୃତି ୧୮ଟି ଜିଲ୍ଲାରେ ବର୍ଷା ହେବ। ଏହି ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

meteorological department red alert up's some of districts will get heavy rain will create lightning

ସେହିପରି ଏହି ସମୟ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ଓ ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ।

ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଶିଂକ ମେଘୁଆ ରହିବା ସହ ଅପରାହ୍ଣରେ ଭୁବନେଶ୍ୱରର କିଛି ସ୍ଥାନରେ ବଜ୍ରପାତ ସହ ହାଲୁକା ବର୍ଷା ଓ କଟକର କିଛି ସ୍ଥାନରେ ବଜ୍ରପାତ ସହ ହାଲୁକା ବର୍ଷା ହୋଇପାରେ।

ଅନ୍ୟପକ୍ଷରେ ଆଗାମୀ ୨ ରୁ ୩ ଦିନ ଯାଏଁ ରାଜ୍ୟର ଜିଲ୍ଲାଗୁଡ଼ିକରେ ଅନେକ ସ୍ଥାନରେ ଦିନ ତାପମାତ୍ରା ସ୍ୱାଭାବିକ ତାପମାତ୍ରାଠାରୁ ୩ରୁ ୪ ଡିଗ୍ରୀ ଯାଏଁ ଅଧିକ ରହିବାର ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *