ସଂସ୍କାର : ଆସନ୍ତା ୭ ତାରିଖରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପ୍ରବଳ ବର୍ଷାରେ ସାରା ଓଡିଶା ଭିଜିବ । ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଘୂର୍ଣ୍ଣିବଳୟ । ଦୁଇ ସପ୍ତାହ ମଧ୍ୟରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ।
ଆଗାମୀ ୯ ତାରିଖରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ପୂର୍ବାନୁମାନ କରିଛନ୍ତି ପାଣିପାଗ ବିଭାଗ ।ପାଣିପାଗ ବିଭାଗ ଜାରି କରିଥିବା ସାଟେଲାଇଟ ଚିତ୍ରରୁ ଜଣାପଡୁଛି ଯେ ବଙ୍ଗୋପସାଗରରେ ବାଦଲଖଣ୍ଡ ଏକାଠି ହେବାକୁ ଯାଉଛି ।
ପୁରୀ, ଗଞ୍ଜାମ, ଗଜପତି, କୋରାପୁଟ,ନବରଙ୍ଗପୁର, ରାୟଗଡା,କଳାହାଣ୍ଡି, ମାଲକାନଗିରି ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ଆଶଙ୍କା ରହିଛି।