ଆସନ୍ତା ଦୁଇ ଦିନ ମଧ୍ୟରେ ହେବ ରାଜ୍ୟର ଏହି ସ୍ଥାନରେ ପ୍ରବଳ ବର୍ଷା…

ସଂସ୍କାର : ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଆଣ୍ଡାମାନ ସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତରେ ପରିଣତ ହୋଇପାରେ। ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ୨ ଦିନ ଯାଏଁ ତାମିଲନାଡୁ-ପୁଡୁଚେରୀ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳମୁହାଁ ହେବାର ସମ୍ଭାବନା ରହିଛି।

ଏହାର ପ୍ରଭାବରେ ୨୨ ତାରିଖ ବେଳକୁ ରାଜ୍ୟର ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟରେ ଶୀତ ପ୍ରକୋପ ସାମାନ୍ୟ କମିଛି। ଅଧିକାଂଶ ଅଞ୍ଚଳରେ ରାତି ତାପମାତ୍ରା ବଢିଛି। ଗତ ୨୪ ଘଣ୍ଟାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ଜି.ଉଦୟଗିରିରେ ୮.୪ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଛି।

ଫୁଲବାଣୀ ଓ ଦାରିଙ୍ଗବାଡିରେ ୧୦.୫ଡିଗ୍ରୀ, କୋରାପୁଟ ୧୦.୬ଡିଗ୍ରୀ, ଝାରସୁଗୁଡା ୧୨.୮ଡିଗ୍ରୀ, କେନ୍ଦୁଝର ୧୨.୬ଡିଗ୍ରୀ, ଭବାନୀପାଟଣା, ସୁନ୍ଦରଗଡ ୧୩ଡିଗ୍ରୀ, ଭୁବନେଶ୍ବର ୧୬.୮ଡିଗ୍ରୀ ଏବଂ କଟକରେ ପାରଦ ୧୫.୪ ଡିଗ୍ରୀ ରହିଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ, ଆସନ୍ତା ୩ରୁ ୪ଦିନ ପର୍ଯ୍ୟନ୍ତ ରାଜ୍ୟର ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବା ସମ୍ଭାବନା ନାହିଁ।

Leave a Reply

Your email address will not be published. Required fields are marked *