ପେଟ୍ରୋଲ-ଡିଜେଲ ହ୍ରାସ ପାଇଲା ଦର, ପକାଇବା ପୂର୍ବରୁ ଜାଣନ୍ତୁ ଏହାର ହାର…

ଆଜି ଅଶୋଧିତ ତୈଳ ମୂଲ୍ୟରେ ସାମାନ୍ୟ ହ୍ରାସ ଘଟିଛି। ଭାରତରେ ତୈଳ ମାର୍କେଟିଂ କମ୍ପାନୀଗୁଡିକ ରାଜ୍ୟରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପରିବର୍ତ୍ତନ କରିଛନ୍ତି।

ଆଜି ଅନେକ ସ୍ଥାନରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ସେହିପରି ଜାତୀୟ ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି।

ମାୟାନଗରୀ ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି।
ଅନ୍ୟପଟେ କଲିକତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୭୪ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୩୩ ପଇସା ରହିଛି।

ଭୁବନେଶ୍ୱରରେ ଆଜି ତୈଳ ଦର ୧୦୩ ଟଙ୍କା ୧୯ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୭୬ ପଇସା ରହିଛି।

ପ୍ରତିଦିନ ୬ଟା ବେଳେ ବଦଳିଯାଏ ମୂଲ୍ୟ :

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ।

ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

କେମିତି ଜାଣିବା ନୂଆ ଦର :

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।