ସୃଷ୍ଟି ହେଲା ଲଘୁଚାପ , ଓଡ଼ିଶାର ଏହି ଜିଲ୍ଲାମାନଙ୍କରେ ହୋଇପାରେ ପ୍ରବଳ ବର୍ଷା…

ସଂସ୍କାର : ଲଘୁଚାପର ରୂପ ନେଲା ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ । ବର୍ତ୍ତମାନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ କେନ୍ଦ୍ରୀଭୁତ ହୋଇଛି ଲଘୁଚାପ । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଅଧିକ ଘନୀଭୁତ ହୋଇ ଅବପାତର ପରିଣତ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଅବପାତରେ ପରିଣତ ହେବା ପରେ ତାମିଲନାଡୁ-ପୁଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହେବ ଲଘୁଚାପ । ଏହାର ପ୍ରଭାବରେ ଆସନ୍ତା ୨୧ ତାରିଖ ସକାଳ ସାଢେ ଆଠଟାରୁ ୨୨ ତାରିଖ ସକାଳ ସାଢେ ଆଠଟା ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ବିଶେଷ କରି ଗଞ୍ଜାମ, ଗଜପତି, ରାୟଗଡା, କନ୍ଧମାଳ, ମାଲକାନଗିରି ଏବଂ କୋରାପୁଟରେ ଘଡିଘଡି ବିଜୁଳି ସହ ବର୍ଷା ନେଇ ସତର୍କତା ଜାରି କରାଯାଇଛି । ବାକି ଓଡ଼ିଶାର ସବୁ ଜିଲ୍ଲାରେ ପାଗ ଶୁଖିଲା ରହିବ । ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପାଗ ଶୁଖିଲା ରହିବା ସହ ଶୀତ ବଢିବ । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ପାରଦ କମିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ଗଜପତି ଏବଂ ରାୟଗଡାରେ ସାମାନ୍ୟରୁ ମଧ୍ୟମ ଧରଣର କୁହୁଡି ଅନୁଭୁତ ହେବ ।

Leave a Reply

Your email address will not be published. Required fields are marked *