ମୌସୁମୀ ଦୁର୍ବଳ ହେବାରେ ଲାଗିଛି । ତଥାପି ଆସନ୍ତାକାଲି ସେପ୍ଟେମ୍ବର ୬ ତାରିଖରୁ ରାଜ୍ୟର କେତେକ ସ୍ଥାନରେ ଝଡ଼ତୋଫାନ ହେବାର ସମ୍ଭାବନା ରହିଛି । ଏହାବ୍ୟତୀତ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ମଧ୍ୟ ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍.ଆର୍ ବିଶ୍ଵାସଙ୍କ କହିବାନୁଯାୟୀ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ । ତଥାପି ଝଡ଼ତୋଫାନ ଯୋଗୁଁ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।
ସୂଚନା ଅନୁଯାୟୀ ଆସନ୍ତାକାଲି ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ଗଜପତି, ନବରଙ୍ଗପୁର ଆଦି ଜିଲ୍ଲାରେ ଝଡ଼ତୋଫାନ ହେବାର ଆଶଙ୍କା ରହିଥିବାବେଳେ ସେପ୍ଟେମ୍ବର ୭ ତାରିଖ ଦିନ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଝାରସୁଗୁଡ଼ା, ସମ୍ବଲପୁର, ଖୋର୍ଦ୍ଧା, ନୟାଗଡ଼, କଟକ, ଗଞ୍ଜାମ, କନ୍ଧମାଳ ଓ ବାଲେଶ୍ଵର ଜିଲ୍ଲାର କେତେକ ସ୍ଥାନରେ ଝଡ଼ତୋଫାନ ହେବାର ସମ୍ଭାବନା ରହିଛି । ତେବେ ସେପ୍ଟେମ୍ବର ୮ ତାରିଖ ବେଳକୁ ଝଡ଼ତୋଫାନର ପ୍ରଭାବ ବଢିଯିବ ।